ବାଲେଶ୍ୱର,୧୦/୫(ସ.ପ୍ର) -ବିଦ୍ୟୁତ୍ ବଣ୍ଟନ ଦାୟିତ୍ୱରେ ଥିବା ନେସ୍କୋ କର୍ତ୍ତୃପକ୍ଷ ବାଲେଶ୍ୱର ଜିଲ୍ଲାରେ ବିଦ୍ୟୁତ୍ ଗ୍ରାହକଙ୍କୁ ସେବା ଯୋଗାଇବାରେ ଲଗାତର ଅବହେଳା କରୁଥିବା ସଂପର୍କରେ ସିଭିଲ ସୋସାଇଟି ତରଫରୁ ଗଭିର ଉଦବେଗ ପ୍ରକାଶ ପାଇଛି ବରିଷ୍ଠ ନାଗରିକ ମଞ୍ଛର ସାଧାରଣ ସମ୍ପାଦକ ଲକ୍ଷ୍ମିଧର ବେହେରାଙ୍କ ଅଧକ୍ଷତାରେ ଅନୁଷ୍ଠିତ ବୈଠକରେ ବିଦ୍ୟୁତ ଗ୍ରାହକଙ୍କୁ ସଂଗଠିତ କରି ଜନଆନ୍ଦୋଳନ କରିବାକୁ ଏହି ବୈଠକରେ ନିଷ୍ପତି ନିଆଯାଇଛି ସୋସାଇଟିର ଆବାହକ ମୋନଜ ନାୟକ ତାଙ୍କ ବକ୍ତବ୍ୟରେ ଅଘୋସିତ ବିଦ୍ୟୁତ କାଟ ଓ ବିଦ୍ୟୁତ ବିଲ୍ ପ୍ରଦାନରେ ଏକ ମାସ ବିଳମ୍ବ ହେଲେ ୧୫୦ଟଙ୍କା ଜରିମାନା , ଲୋ-ଭଲଟେଜ ଦାରିଦ୍ର ସିମାରେଖା ତଳେ ଥିବା ପରିବାରଙ୍କୁ ବିଦ୍ୟୁତ୍ ଯୋଗାଣ ପ୍ରଭୃତି କାର୍ଯ୍ୟରେ ନେସ୍କୋ କର୍ତ୍ତୃପକ୍ଷଙ୍କ ଚରମ ଅଭହେଳା ଯୋଗୁ ଗ୍ରାହକ ମାନେ ହତ ସନ୍ତ ହେଉଛନ୍ତି ବିଦ୍ୟୁତ୍ ଶକ୍ତି ପରିବହନ ପାଇଁ ଆବଶ୍ୟକୀୟ ଯନ୍ତ୍ରପାତିର ଅଭାବ ସମସ୍ୟାକୁ ଅଧିକ ଜଟିଳ କରିଛି ବିଦ୍ୟୁତ୍ ସେବା ଯୋଗାଇବାରେ ଶ୍ରମିକଙ୍କ ଅଭାବ ଓ ସ୍ଥାୟୀ କାମରେ ଠିକା ଶ୍ରମିକ ନିଜୁକ୍ତି ବ୍ୟବସ୍ଥା ଯୋଗୁ ଗ୍ରାହକ ମାନେ ଉପଯୁକ୍ତ ସେବା ପାଇପାରୁନାହାନ୍ତି ଏ ସମସ୍ତ ଅଭିଯୋଗ ସମ୍ପର୍କରେ ତୁରନ୍ତ ଓଡିଶା ବିଦ୍ୟୁତ୍ ନିୟାମକ ଆୟୋଗଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ବୈଠକରେ ନିଷ୍ପତି ଗ୍ରହଣ କରାଯାଇଛି ବିଦ୍ୟୁତ ଗ୍ରାହକଙ୍କୁ ସଚେତନ କରିବା ପାଇଁ ଏକ ପ୍ରଚାର ପତ୍ର ଛପାଯାଇ ବଣ୍ଟାଯିବାକୁ ମଧ୍ୟ ନିଷ୍ପତି ନିଆଯାଇଛି ଏହି ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଗୌରାଙ୍ଗ ପାଣିଗ୍ରାହି , କାଳିଚରଣ ମୂର୍ମୂ , ପିତାମ୍ବର ପତ୍ରୀ , ସନ୍ଧ୍ୟା ଦାସ ମଜୁମଦାର , କାଳିଚରଣ ବିନ୍ଧାଣି , ରାଧାକୃଷ୍ଣ ମହାଳିକ , ଡମ୍ବୁରଧର ମହାଳିକ , ଆସୁତୋଶ ପରିଡା , ଅରୁଣ କୁମାର ଜେନା , ହିମାଂଶୁ ଦାସ , ଶରତ ସାମଲ , ଗୋଲକ ଦାସ , ରଘୁନାଥ ସ , ଏମ୍ . କେ . ଡି. ମଜୁମଦାର , ହୃଦୟଚୈତନ୍ୟ ଦାସ , ଉମାଶଙ୍କର ପ୍ରଧାନ , ଅଜୟ ପାତ୍ର , ରଘୁନାଥ ମହାଳିକ , ଜିତେନ୍ଦ୍ର ପାଣି , ସୁଭକାନ୍ତ ରାଉତ , ମହମଦ ଇସଲାମ , ଚନ୍ଦ୍ରକାନ୍ତ ଜେନା ଓ ଜିତେନ୍ଦ୍ର ଉପାଧ୍ୟାୟ ପ୍ରମୂଖ ଅଂଶଗ୍ରହଣ କରିଥିଲେ ହରିହର ଦଳେଇ ଧନ୍ୟବାଦ ଅର୍ପଣ ଦେଇଥିଲେ